ସୁବର୍ଣ୍ଣପୁର ,୦୯/୦୭(ପିପିଟି) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ପର୍କିତ ୪୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ୧୧ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୦୬ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଉଲୁଣ୍ଡା ବିଡ଼ିଓ କରିଶ୍ମା ବେଶ୍ରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ବୀରମହାରାଜପୁର
ଉପଜିଲ୍ଲାପାଳ ଲଲାଟେନ୍ଦୁ ସି, ସୁବର୍ଣ୍ଣପୁର ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ରେଞ୍ଜର ସଂଜୀବ ରାଉତ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ଗ୍ରୀଭେନସ ସେଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଶୁଭଶ୍ରୀ ରଥ ଓ ଉଲୁଣ୍ଡା ଆଇ ଆଇ ସି ପଞ୍ଚାନନ ନାଏକ,ଉଲୁଣ୍ଡା ଅତିରିକ୍ତ ତହସିଲଦାର ସୋମନାଥ ବେହେରାଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ