ଉଷା ପାଢୀଙ୍କୁ ବ୍ଯୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟିର ଡିଜି ଦାୟିତ୍ୱ ମିଳିଲା ।

0 506

ନୂଆଦିଲ୍ଲୀ:ଓଡିଶାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବା ଉଷାଙ୍କୁ ପଦୋନ୍ନତି ପରେ ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟିର ଡିଜି ଭାବେ ଦାୟିତ୍ୱ ମିଳିଛି । ବଡ କଥା ଯେ ଏହି ସଂସ୍ଥାର ସର୍ବୋଚ୍ଚ ପଦବୀ ପାଇବାରେ ୩୩ ବର୍ଷ ମଧ୍ୟରେ ଉଷା ହେଉଛନ୍ତି ପ୍ରଥମ ମହିଳା । ଉଷାଙ୍କ ପୂର୍ବରୁ ଆଇପିଏସ ଅଫିସର ରାକେଶ ଅସ୍ଥାନା ଥିବାବେଳେ ତାଙ୍କୁ ସୀମା ସୁରକ୍ଷା ବଳର (ବିଏସ୍‌ଏଫ୍) ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଆଉ ମଙ୍ଗଳବାର ସକାଳେ ଅସ୍ଥାନା ‘ଡିଜି ବିଏସ୍‌ଏଫ୍‌’ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଉଷାଙ୍କୁ ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟି’ର ଡିଜି ଭାବେ ଦାୟିତ୍ୱ ମିଳିଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ଯୁଗ୍ମ ସଚିବ ଭାବେ କାମ କରିଥିବା ଉଷା ପାଢ଼ୀଙ୍କ ଅଭିଜ୍ଞତାକୁ ଦେଖି ତାଙ୍କୁ ଏହି ସଂସ୍ଥାର ଡିଜି ଦାୟିତ୍ୱ ମିଳିଥିବା ନେଇ ଚର୍ଚ୍ଚା ହେଉଛି । ୧୯୮୭ ମସିହାରୁ ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟି ସଂସ୍ଥା ପ୍ରତିଷ୍ଠା ହେବା ପରେ ୧୯୮୭ ମସିହାରୁ ମେ, ୨୦୧୬ ଯାଏଁ ୧୪ ଜଣ କମିଶନର ଭାବେ କାର୍ଯ୍ୟ କରିଥିଲେ । ଡିଜି ପାହ୍ୟା ନେଇ ଉଷା ମଧ୍ୟ ଟ୍ୱିଟରରେ ପୋଷ୍ଟ କରି ଲେଖିଛନ୍ତି ଯେ ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟିର ଡିଜି ତାଲିକାରେ ‘ଶ୍ରୀମତୀ’ଙ୍କ ନାମ ସାମିଲ ହେଲା । ଏଠାରେ ସୂଚନା ଥାଉ କି ୧୯୯୬ ଓଡ଼ିଆ କ୍ୟାଡର ଆଇଏଏସ ଅଫିସର ୨୦୧୫ରେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ ।

Leave A Reply

Your email address will not be published.