ଓଡିଶାରେ ନୂତନ ସଂକ୍ରାମିତ ସଂଖ୍ୟା ୩୨୫୨ ।

0 1,154

ଭୁବନେଶ୍ଵର,ତା-୨୯/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୭,୪୫୬ ମଧ୍ୟରୁ ୧୫,୬୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୫,୪୬୨ ମଧ୍ୟରୁ ୯,୩୬୨ ଜଣ ସୁସ୍ଥ ,୬୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୨୫୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୬,୭୦,୯୧୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୯୭,୯୨୦ ଚିହ୍ନଟ ହୋଇଛନ୍ତି ୬୭,୮୨୬ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୫୭୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୭୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୨୫୨ ଜଣଙ୍କ ମଧ୍ୟରୁ ୧,୯୮୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୬୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.