ଭୁବନେଶ୍ଵର,ତା-୩୦/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୭,୬୭୨ ମଧ୍ୟରୁ ୧୫,୮୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୬,୧୪୬ ମଧ୍ୟରୁ ୯,୭୭୨ ଜଣ ସୁସ୍ଥ ,୬୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୦୧୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୯୩୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୭,୩୨,୫୫୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୦୦,୯୩୪ ଚିହ୍ନଟ ହୋଇଛନ୍ତି ୭୦,୭୧୪ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୬୮୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୮୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୦୧୪ ଜଣଙ୍କ ମଧ୍ୟରୁ ୧,୮୬୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୪୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।