ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୪୬,୮୯୪,ସୁସ୍ଥ ସଂଖ୍ୟା ୧,୧୨,୦୬୨ ଓ ମୃତ ସଂଖ୍ୟା ୬୧୬ ।

0 1,181

ଭୁବନେଶ୍ଵର,ତା-୧୨/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୫,୪୪୦ ମଧ୍ୟରୁ ୧୮,୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୧୨୫ ମଧ୍ୟରୁ ୧୮,୩୬୧ ଜଣ ସୁସ୍ଥ ,୨୧୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୭୭୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬,୮୯୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୩,୭୪,୬୨୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୪୬,୮୯୪ ଚିହ୍ନଟ ହୋଇଛନ୍ତି ୧,୧୨,୦୬୨ ଜଣ ସୁସ୍ଥ ହୋଇଥିବା ବେଳେ ୩୪,୧୬୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୧୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୭୭୭ ଜଣଙ୍କ ମଧ୍ୟରୁ ୨,୧୯୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୫୮୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.