ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୫୮,୬୫୦,ମୃତ ସଂଖ୍ୟା ୬୪୫ ।

0 1,142

ଭୁବନେଶ୍ଵର,ତା-୧୫/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୭,୨୭୧ ମଧ୍ୟରୁ ୨୦,୧୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୩୦୧ ମଧ୍ୟରୁ ୧୮,୬୯୧ ଜଣ ସୁସ୍ଥ ,୨୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୬୪୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୫,୧୬,୪୫୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୫୮,୬୫୦ ଚିହ୍ନଟ ହୋଇଛନ୍ତି ୧,୨୨,୦୨୪ ଜଣ ସୁସ୍ଥ ହୋଇଥିବା ବେଳେ ୩୫,୯୨୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୬୪୫ ଜଣଙ୍କ ମଧ୍ୟରୁ ୨,୧୫୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୪୯୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.