ଭୁବନେଶ୍ଵର,ତା-୧୭/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୮,୭୯୪ ମଧ୍ୟରୁ ୨୧,୬୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୪୪୪ ମଧ୍ୟରୁ ୧୮,୮୮୬ ଜଣ ସୁସ୍ଥ ,୨୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୨୪୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬,୧୯,୬୦୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୬୭,୧୬୧ ଚିହ୍ନଟ ହୋଇଛନ୍ତି ୧,୨୯,୮୫୯ ଜଣ ସୁସ୍ଥ ହୋଇଥିବା ବେଳେ ୩୬,୫୮୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୬୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୨୪୧ ଜଣଙ୍କ ମଧ୍ୟରୁ ୨,୫୦୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୩୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।