ଭୁବନେଶ୍ଵର,ତା-୩୧/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୭,୮୬୨ ମଧ୍ୟରୁ ୧୬,୦୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୬,୭୬୩ ମଧ୍ୟରୁ ୧୦,୧୯୧ ଜଣ ସୁସ୍ଥ ,୬୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୬୦୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୭,୮୯,୪୩୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୦୩,୫୩୬ ଚିହ୍ନଟ ହୋଇଛନ୍ତି ୭୩,୨୩୩ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୭୫୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୯୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୬୦୨ ଜଣଙ୍କ ମଧ୍ୟରୁ ୧,୫୬୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୪୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।