ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୭୫,୫୫୦,ମୃତ ସଂଖ୍ୟା ୬୯୧ ।

0 1,279

ଭୁବନେଶ୍ଵର,ତା-୧୯/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୦,୧୪୫ ମଧ୍ୟରୁ ୨୩,୪୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୫୬୭ ମଧ୍ୟରୁ ୧୯,୦୫୯ ଜଣ ସୁସ୍ଥ ,୨୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୨୦୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭,୧୫,୮୨୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୭୫,୫୫୦ ଚିହ୍ନଟ ହୋଇଛନ୍ତି ୧,୩୭,୫୬୭ ଜଣ ସୁସ୍ଥ ହୋଇଥିବା ବେଳେ ୩୭,୨୩୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୯୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୨୦୯ ଜଣଙ୍କ ମଧ୍ୟରୁ ୨,୪୪୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୬୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.