ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୭୯,୮୮୦,ମୃତ ସଂଖ୍ୟା ୭୦୧ ।

0 1,145

ଭୁବନେଶ୍ଵର,ତା-୨୦/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୦,୭୮୯ ମଧ୍ୟରୁ ୨୪,୦୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୬୧୮ ମଧ୍ୟରୁ ୧୯,୧୧୫ ଜଣ ସୁସ୍ଥ ,୨୧୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୩୩୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭,୬୬,୯୭୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୭୯,୮୮୦ ଚିହ୍ନଟ ହୋଇଛନ୍ତି ୧,୪୧,୬୫୭ ଜଣ ସୁସ୍ଥ ହୋଇଥିବା ବେଳେ ୩୭,୪୬୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୦୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୩୩୦ ଜଣଙ୍କ ମଧ୍ୟରୁ ୨,୫୫୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୭୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.