ଭୁବନେଶ୍ଵର,ତା-୨୧/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୧,୪୪୧ ମଧ୍ୟରୁ ୨୪,୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୬୭୫ ମଧ୍ୟରୁ ୧୯,୧୮୨ ଜଣ ସୁସ୍ଥ ,୨୧୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୨୪୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୮,୧୪,୭୩୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୮୪,୧୨୨ ଚିହ୍ନଟ ହୋଇଛନ୍ତି ୧,୪୫,୬୭୫ ଜଣ ସୁସ୍ଥ ହୋଇଥିବା ବେଳେ ୩୭,୬୮୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୨୪୨ ଜଣଙ୍କ ମଧ୍ୟରୁ ୨,୫୦୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୩୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।