ଭୁବନେଶ୍ଵର,ତା-୨୩/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୨,୮୦୦ ମଧ୍ୟରୁ ୨୬,୨୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୭୮୧ ମଧ୍ୟରୁ ୧୯,୨୫୪ ଜଣ ସୁସ୍ଥ ,୨୧୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୨୩୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୯,୦୫,୭୩୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୯୨,୫୪୮ ଚିହ୍ନଟ ହୋଇଛନ୍ତି ୧,୫୩,୨୧୩ ଜଣ ସୁସ୍ଥ ହୋଇଥିବା ବେଳେ ୩୮,୫୪୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୩୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୨୩୭ ଜଣଙ୍କ ମଧ୍ୟରୁ ୨,୪୮୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୫୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।