ଭୁବନେଶ୍ଵର,ତା-୦୨/୦୯(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୮,୨୩୮ ମଧ୍ୟରୁ ୧୬,୫୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୮,୧୫୯ ମଧ୍ୟରୁ ୧୧,୪୫୧ ଜଣ ସୁସ୍ଥ ,୬୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୨୧୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୭୮୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୮,୯୧,୦୯୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୦୯,୭୮୦ ଚିହ୍ନଟ ହୋଇଛନ୍ତି ୮୦,୭୭୦ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୪୪୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୧୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୨୧୯ ଜଣଙ୍କ ମଧ୍ୟରୁ ୧,୯୩୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୮୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।