ଭୁବନେଶ୍ଵର,ତା-୦୭/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୨,୧୮୨ ମଧ୍ୟରୁ ୧୪,୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୭୪୩ ମଧ୍ୟରୁ ୧୭,୬୬୪ ଜଣ ସୁସ୍ଥ ,୨୦୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୮୬୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୧,୪୩,୫୬୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୨୭,୮୯୨ ଚିହ୍ନଟ ହୋଇଛନ୍ତି ୯୬,୩୬୪ ଜଣ ସୁସ୍ଥ ହୋଇଥିବା ବେଳେ ୩୦,୯୧୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୫୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୮୬୧ ଜଣଙ୍କ ମଧ୍ୟରୁ ୨,୨୭୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୫୮୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।