କନ୍ଧମାଳ,୨୭/୦୬.(ପିପିଟି): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡ଼ି ସୁପ୍ରିମୋ ଜିଲ୍ଲା ମହିଳା ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଭାବେ ପୁନମ କହଁର ମନୋନୀତ ହୋଇଛନ୍ତି। ଏହା ପୂର୍ବରୁ ସେ ଜିଲ୍ଲାର ଉପସଭାପତି ଭାବେ ଥିଲେ। ପୁନମଙ୍କୁ କନ୍ଧମାଳ ଜିଲ୍ଲାର ସଭାପତି ଦାୟିତ୍ୱ ଦେଇଥିବାରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇବା ସହ ମାନ୍ୟବର ସାଂସଦ ଅଚ୍ୟୁତ ସାମନ୍ତ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡ଼ା ବିଧାୟକ ଚକ୍ର ମଣି କହଁର, ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ଜିଲ୍ଲାର ଜନସାଧାରଣଙ୍କୁ ମଧ୍ୟ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)
Prev Post