ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୨୧ରେ ପହଞ୍ଚିଲା ।ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୫ ଛୁଇଁଲା ।

0 2,150

ବ୍ରହ୍ମପୁର,(ପିପିଟି)୦୭/୦୫ ,ଗଞ୍ଜାମ ଜିଲ୍ଲାରେ  ଆଉ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୨୧ରେ ପହଞ୍ଚିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୫୦୫୧୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୨୦୫ ଚିହ୍ନଟ ହୋଇଛନ୍ତି । ୬୧ଜଣ ସୁସ୍ଥ ହୋଇଥିବା ବେଳେ ୧୪୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ଗଞ୍ଜାମ ଜିଲ୍ଲାର  ଏହି ନୂଆ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡିଛି ।
ରିପୋର୍ଟ – ଏସ୍ ବିଜୟଲକ୍ଷ୍ମୀ ।

Leave A Reply

Your email address will not be published.