ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୮୩ ରେ ପହଞ୍ଚିଲା ।ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮୪ ଛୁଇଁଲା ।

0 2,614

ଭୁବନେଶ୍ଵର ,(ପିପିଟି)୦୯/୦୫ ,ଗଞ୍ଜାମ ଜିଲ୍ଲାରେ  ଆଉ ୧୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୮୩ରେ ପହଞ୍ଚିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୫୬୩୨୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୨୮୪ ଚିହ୍ନଟ ହୋଇଛନ୍ତି । ୬୩ ଜଣ ସୁସ୍ଥ ହୋଇଥିବା ବେଳେ ୨୧୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ରେଡ୍ ଜୋନ ରହିଛି ।ବର୍ତ୍ତମାନ ଓଡିଶାରେ ଗଞ୍ଜାମ ଜିଲ୍ଲା ପ୍ରଥମ ସ୍ଥାନରେ ରହିଛି ।
ରିପୋର୍ଟ – ରୁଚିସ୍ମିତା ପଟ୍ଟନାୟକ

Leave A Reply

Your email address will not be published.