ଗଞ୍ଜାମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର ।

0 716

ଭୁବନେଶ୍ବର,୨୦/୦୭(ପିପିଟି); ଗଞ୍ଜାମ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଗଞ୍ଜାମ ଜିଲ୍ଲାରେ ଆମ୍ବୁଲାନ୍‌ସ ସେବାକୁ ଆହୁରି ଦକ୍ଷ ଓ ସୁଦୃଢ କରାଯାଇ ରୋଗୀ ମାନଙ୍କୁ ଯେପରି ଠିକ୍‌ ସମୟରେ ସେବା ଯୋଗାଇ ଦେଇପାରିବେ, ତାକୁ ସୁନିଶ୍ଚିତ କରାଯିବ। ଆବଶ୍ୟକତା ଅନୁଯାୟୀ ୧୦୦ଟି ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଯାଇଛି । କୋଭିଡ ସମୟରେ ଲୋକଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକ୍‌ସ କରାଯାଇ କାଉନସେଲିଂ ପାଇଁ ପ୍ରଫେସନାଲ୍‌ ମାନଙ୍କୁ  ଦାୟିତ୍ବ ଦିଆଯିବା ପାଇଁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.