ଜଗତସିଂହପୁର,୧୫/୦୮(ପିପିଟି);୭୫ ତମ ଜିଲ୍ଲାସ୍ତରୀୟ ସ୍ବାଧିନତା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଉପ ଜିଲ୍ଲାପାଳ, ତହସିଲଦାର ଓ ବିଡ଼ିଓ, ଜଗତସିଂହପୁର, ପୌର ପରିଷଦ ନିର୍ବାହୀ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ମ୍ୟାଟ୍ରିକ୍ ପରୀକ୍ଷାରେ ଜିଲ୍ଲାରେ ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ରୀ ଏବଂ ବିଭିନ୍ନ କୋଭିଡ୍ ଯୋଦ୍ଧା ତଥା ପରିମଳ କର୍ମଚାରୀ ମାନଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ ।
(ରିପୋର୍ଟ – ସୁକାନ୍ତ କୁମାର ମହାନ୍ତି ।)