ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ।

0 258

ମାଲକାନଗିରି,୨୬/୦୧(ପିପିଟି): ମାଲକାନଗିରି ସଦର ମହକୁମା ସ୍ଥିତ ସ୍ଥାନୀୟ ଡି.ଏନ.କେ ଖେଳ ପଡିଆ ଠାରେ ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ସମାରୋହରେ ମାନ୍ୟବର ମନ୍ତ୍ରୀ, ଅନୁସୂଚୀତ ଜନଜାତି ଓ ଅନୁସୂଚୀତ ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରଡରେ ଅଭିବାଦନ ଗ୍ରହଣ କରି ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରାତଃ ୫ ଘଟିକା ସମୟରେ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ ସଂଗୀତ ବାଦନ କରାଯାଇ ସହର ପରିକ୍ରମା କରାଯାଇଥିଲା । ପରେ ସକାଳ ୭.୩୦ ମିନିଟରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା । ଏହା ସହିତ ମୁଖ୍ଯ ଅତିଥିଙ୍କ ଦ୍ବାରା ଜିଲ୍ଲାରେ କୋଭିଡ ଯୋଦ୍ଧା,ଉତ୍ତମ କାର୍ଯ୍ୟ ସମ୍ପାଦନ କରିଥିବା ବ୍ୟକ୍ତି ବେଶେଷଙ୍କୁ ଓ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏହି ଉତ୍ସବରେ ଜିଲ୍ଲାପାଳ ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ,ଡି.ଆର.ଡି.ଏ ବାଳ ମୁକୁନ୍ଦ ଭୂୟାଁ, ଉପଜିଲ୍ଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲାର ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଉପସ୍ଥିତ ରହି ପରିଚାଳନା କରୁଥିଲେ ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.