ସାନଖେମୁଣ୍ଡି,୧୨/୧୧(ପିପିଟି):ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନାନୁସାରେ ,କିଛି ବ୍ୟକ୍ତି କାରରେ ବ୍ରହ୍ମପୁରରୁ ଉଦୟଗିରି ଯାଉଥିଲେ । ହେଲେ ପାଟପୁର ଥାନା ତପ୍ତପାଣି ଘାଟି ମୃଗ ବିହାର ନିକଟରେ କାରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏହି ଅଘଟଣା ଘଟିଥିବା କୁହାଯାଉଛି । ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
(ରିପୋର୍ଟ- ଆରତ କୁମାର ହୋତା। )
Prev Post