ବେଲଗୁଣ୍ଠା,୦୭/୦୮(ପିପିଟି);ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । କରୋନା କଟକଣାକୁ ଦୃଷ୍ଟିରେ ରଖି ଅତି ନିରାଡମ୍ବର ଭାବରେ ବିଦ୍ୟାଳୟର ସ୍ଵନକ୍ଷତ୍ର ଉତ୍ସବ ପାଳିତ ହୋଇଯାଇଛି । ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ପ୍ରାକ୍ତନ ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ନୀଳମଣି ବିଷୋୟୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ସମ୍ପାଦକ ସୀମାଞ୍ଚଳ ପୃଷ୍ଟି ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ବିଦ୍ୟାଳୟକୁ ରାଜ୍ୟର ଏକ ଶ୍ରେଷ୍ଠ ବିଦ୍ୟାଳୟରେ ପରିଣତ କରିବା ଦିଗରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଅଧିକ ଯତ୍ନବାନ୍ ହେବା ଆବଶ୍ୟକ ବୋଲି ଶ୍ରୀ ବିଷୋୟୀ ପ୍ରକାଶ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ରୂପେ ଯୋଗ ଦେଇ ସ୍ଥାନୀୟ ସରପଞ୍ଚ ସୁରେନ୍ଦ୍ର କୁମାର ଡାକୁଆ କେକ୍ କାଟିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ପ୍ରଧାନ ଆଚାର୍ଯ୍ୟ ସୁର୍ଯ୍ୟ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
(ରିପୋର୍ଟ- ସୁଶାନ୍ତ କୁମାର ବେହେରା। )