ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

0 273

ସୁବର୍ଣ୍ଣପୁର ,୨୨/୦୭(ପିପିଟି)ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରୁ ବ୍ୟକ୍ତିଗତ ଦରଖାସ୍ତ ୨୮ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବୀରମହାରାଜପୁର ବିଡ଼ିଓ ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା ସମେତ ଜିଲ୍ଲା ସ୍ତରରୁ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ପଲ୍ଲବୀ ରାଣୀ ରାଜ, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଉପଖଣ୍ଡ କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ବୀରମହାରାଜପୁର ତହସିଲଦାର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ

Leave A Reply

Your email address will not be published.