ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ।

0 255

ଉଲୁଣ୍ଡା,୨୭/୧୦(ପିପିଟି): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ବିଶିପଡା ହାଇସ୍କୁଲରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଦୈତାରୀ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦିପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍କୁଲର ପ୍ରଧାନ ଶିକ୍ଷକ ଦିଲ୍ଲୀପ ପାଢୀ, ଏବିଇଓ ମୁକେଶ ଭୋଇ, ମାର୍କଣ୍ଡେଶ୍ୱର ମିଶ୍ର,ଅବସର ପ୍ରାପ୍ତ ଏବିଇଓ ସନ୍ତୋଷ ରଥ ଏବଂ ଦିଲ୍ଲିପ ଷଡଙ୍ଗୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଉଦବୋଧନ ଦେବା ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ଲକ୍ଷ୍ମଣ ପାଣ୍ଡିଆ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଚତୁର୍ଥ ରୁ ଦଶମ ଶ୍ରେଣୀର ମୋଟ ୪୨୫ ଜଣ ଛାତ୍ରଛାତ୍ରୀ ଯୋଗଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତା କୃତକାର୍ଯ୍ୟ ହୋଇଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଗଡତିଆ ମୁଖ୍ୟ ଅତିଥି ଭାବର ଯୋଗଦେଇ ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ସଂଯୋଜନାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସ୍କୁଲର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ,ସିଆରସିସି କାର୍ଯ୍ୟକ୍ରମ ପରିଚାଲନାରେ ସହେଯାଗ କରିଥିଲେ । ଶେଷରେ ଚିତରଂଜନ ତରାସିଆ ଧନ୍ୟବାଦ ଦେଇଥିଲେ ।

(ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ ।)

Leave A Reply

Your email address will not be published.