ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ପଞ୍ଚାୟତରାଜ ମନ୍ତ୍ରୀ ।

0 426

କନ୍ଧମାଳ,୦୬/୦୨(ପିପିଟି):ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ । ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ଘଟିଲା ଏହି ଦୁର୍ଘଟଣା । କନ୍ଧମାଳ ଜିଲ୍ଲା ସୁଦୃକୁମ୍ପା ନିକଟ ଭେଟ୍‌ କୋଲ୍‌ ଘାଟି ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ । ହେଲେ ଭେଟ୍‌ କୋଲ୍‌ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)

Leave A Reply

Your email address will not be published.