ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଆସନ୍ତା କାଲି ଠାରୁ ଗଞ୍ଜାମରେ ପ୍ଲାଜ୍‌ମା ଥେରାପି ।

0 593

ଭୁବନେଶ୍ଵର,ତା.୨୦/୦୭(ପିପିଟି); ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍‌ପିଟାଲରେ ପ୍ଲାଜ୍‌ମା ଥେରାପି ଆରମ୍ଭ କରାଯିବ।  ଏହାଦ୍ବାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ ରୋଗୀମାନେ ପ୍ଲାଜ୍‌ମା ଥେରାପି ସୁବିଧା ପାଇପାରିବେ ଏବଂ କୋଭିଡ  ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଆଶା କରାଯାଉଛି । ସୂଚନାଯୋଗ୍ୟ ଯେ ଭୁବନେଶ୍ବରର ସମ୍‌ କୋଭିଡ ହସ୍‌ପିଟାଲ ଓ କଟକର ଅଶ୍ବିନୀ କୋଭିଡ ହସ୍‌ପିଟାଲରେ ଗତ ୧୮ ତାରିଖ ଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି ଏବଂ ଏହା ସୁଫଳ ମଧ୍ୟ ଦେଇଛି। ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ଅଛି ।

Leave A Reply

Your email address will not be published.