ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲାକୁ ୩୦ କୋଟି ମଞ୍ଜୁର ।

0 1,097

ଭୁବନେଶ୍ବର, ତା-୨୧/୦୭(ପିପିଟି);ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ  ଖୋର୍ଦ୍ଧା (ଭୁବନେଶ୍ବର) ଓ କଟକ ଜିଲ୍ଲାରେ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି।  ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦ ପ୍ରତିଶତ ଥିବାବେଳେ କଟକ ଜିଲ୍ଲାରେ ଏହା ୭୧ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ୬୩ ପ୍ରତିଶତରୁ ଅଧିକ ଅଟେ। ଏଥିପାଇଁ ଆଜି ଦୁଇ ଜିଲ୍ଲାର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଖୋର୍ଦ୍ଧା ଓ କଟକ ଜିଲ୍ଲାର କୋଭିଡ ପରିଚାଳନା ଟିମ୍‌କୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ କୋଭିଡ ପରିଚାଳନାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲା ପାଇଁ ୧୫ କୋଟି ଲେଖାଏ ସମୁଦାୟ ୩୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି।  ଏହା ସହିତ, ନୂଆ କୋଭିଡ ଡାକ୍ତରଖାନା ଓ କୋଭିଡ କେୟାର ହୋମ୍‌ ପରିଚାଳନା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ୨୦ କୋଟି ୬୪ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରିଛନ୍ତି।

Leave A Reply

Your email address will not be published.