ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ।

0 41

ଭୁବନେଶ୍ବର,୧୪/୦୪-ରାଜ୍ୟରେ ଆଉ ୪ କରୋନାରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ ପକ୍ଷରୁ ସୂଚନା ମିଳିଛି । ୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ବମିଖାଲର ହୋଇଥିବା ବେଳେ ଜଣେ ଝାରପଡ଼ାର ବୋଲି ଜଣାପଡ଼ିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନାରେ ଆକ୍ରାନ୍ତ ଥିବା ୬୦ଜଣଙ୍କ ମଧ୍ୟରୁ ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୪୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave A Reply

Your email address will not be published.