ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୭୨୩ ଛୁଇଁଲା,୮୮୭ ଜଣ ସୁସ୍ଥ ।

0 1,144

ଭୁବନେଶ୍ଵର ,(ପିପିଟି)୨୯/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୩୯୮ ମଧ୍ୟରୁ ୩୦୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୫୩ ରହିଛି ।ନୂତନ ଆକ୍ରାନ୍ତ ୬୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୪୩୫୭୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୧୭୨୩ ଚିହ୍ନଟ ହୋଇଛନ୍ତି । ୮୮୭ ଜଣ ସୁସ୍ଥ ହୋଇଥିବା ବେଳେ ୮୨୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ଜଣ କ୍ବାରେଣ୍ଟାଇନ୍ ସେଣ୍ଟର, ୨ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.