ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯୪୮ ଛୁଇଁଲା,୧୦୫୦ ଜଣ ସୁସ୍ଥ ।

0 930

ଭୁବନେଶ୍ଵର ,(ପିପିଟି)୩୧/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୪୧୪ ମଧ୍ୟରୁ ୩୧୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୬୯ ରହିଛି ।ନୂତନ ଆକ୍ରାନ୍ତ ୧୨୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୫୨୧୩୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୯୪୮ ଚିହ୍ନଟ ହୋଇଛନ୍ତି । ୧୦୫୦ ଜଣ ସୁସ୍ଥ ହୋଇଥିବା ବେଳେ ୮୮୯ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି ।ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୨୯ ଜଣଙ୍କ ମଧ୍ୟରୁ ୧୧୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୦ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.