ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୧୦୪ ଛୁଇଁଲା,୧୧୨୬ ଜଣ ସୁସ୍ଥ ।

0 1,350

ଭୁବନେଶ୍ଵର ,(ପିପିଟି)୦୧/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୪୩୧ ମଧ୍ୟରୁ ୩୩୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୮୦ ରହିଛି ।ନୂତନ ଆକ୍ରାନ୍ତ ୧୫୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୫୫୬୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୧୦୪ ଚିହ୍ନଟ ହୋଇଛନ୍ତି । ୧୧୨୬ ଜଣ ସୁସ୍ଥ ହୋଇଥିବା ବେଳେ ୯୬୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୫୬ ଜଣଙ୍କ ମଧ୍ୟରୁ ୧୫୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୦୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.