ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୨୪୫ ଛୁଇଁଲା,୧୨୪୫ ଜଣ ସୁସ୍ଥ ।

0 1,195

ଭୁବନେଶ୍ଵର ,(ପିପିଟି)୦୨/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୪୫୮ ମଧ୍ୟରୁ ୩୩୬ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୯୦ ରହିଛି ।ନୂତନ ଆକ୍ରାନ୍ତ ୧୪୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୫୯୫୬୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୨୪୫ ଚିହ୍ନଟ ହୋଇଛନ୍ତି । ୧୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୯୯୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୪୧ ଜଣଙ୍କ ମଧ୍ୟରୁ ୧୧୦ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.