ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୪୭୮ ଛୁଇଁଲା,୧୪୧୬ ଜଣ ସୁସ୍ଥ ।

0 1,042

ଭୁବନେଶ୍ଵର ,(ପିପିଟି)୦୪/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୫୨୨ ମଧ୍ୟରୁ ୩୪୦ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୯୦ ମଧ୍ୟରୁ ୨୪୦ଜଣ ସୁସ୍ଥ  ହୋଇଛନ୍ତି ।ନୂତନ ଆକ୍ରାନ୍ତ ୯୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୬୫୮୨୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୪୭୮ ଚିହ୍ନଟ ହୋଇଛନ୍ତି । ୧୪୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୦୫୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୯୦ ଜଣଙ୍କ ମଧ୍ୟରୁ ୭୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.