ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮୫୬ ଛୁଇଁଲା,୧୭୧୬ ଜଣ ସୁସ୍ଥ ।

0 1,224

ଭୁବନେଶ୍ଵର ,(ପିପିଟି)୦୭/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୫୯୮ ମଧ୍ୟରୁ ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୩୧୯ ମଧ୍ୟରୁ ୨୫୩ଜଣ ସୁସ୍ଥ  ହୋଇଛନ୍ତି ।ନୂତନ ଆକ୍ରାନ୍ତ ୭୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୭୬୦୯୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୮୫୬ ଚିହ୍ନଟ ହୋଇଛନ୍ତି । ୧୭୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧୨୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୭୫ ଜଣଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୦୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.