ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୩୪୯୮,ସୁସ୍ଥ ସଂଖ୍ୟା ୨୩୫୪ ଓ ମୃତ ସଂଖ୍ୟା ୧୦ ଛୁଇଁଲା ।

0 1,209

ଭୁବନେଶ୍ଵର ,(ପିପିଟି)୧୨/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୬୫୮ ମଧ୍ୟରୁ ୫୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କ ମୃତ୍ୟୁ ହୋଇଛି । ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୩୨୯ ମଧ୍ୟରୁ ୨୮୭ ଜଣ ସୁସ୍ଥ  ହୋଇଛନ୍ତି ।ନୂତନ ଆକ୍ରାନ୍ତ ୧୧୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୯୨୫୭୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୩୪୯୮ ଚିହ୍ନଟ ହୋଇଛନ୍ତି । ୨୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧୩୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୧୨ ଜଣଙ୍କ ମଧ୍ୟରୁ ୧୦୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୦୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.