ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୩୭୨୩,ସୁସ୍ଥ ସଂଖ୍ୟା ୨୪୭୪ ପହଞ୍ଚିଲା ।

0 1,076

ଭୁବନେଶ୍ଵର ,(ପିପିଟି)୧୩/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୬୭୮ ମଧ୍ୟରୁ ୫୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୩୩୪ ମଧ୍ୟରୁ ୨୮୭ ଜଣ ସୁସ୍ଥ  ହୋଇଛନ୍ତି ।ନୂତନ ଆକ୍ରାନ୍ତ ୨୨୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୯୬୪୫୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୩୭୨୩ ଚିହ୍ନଟ ହୋଇଛନ୍ତି । ୨୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୨୩୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୨୨୫ ଜଣଙ୍କ ମଧ୍ୟରୁ ୧୯୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.