ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୦୫୫,ସୁସ୍ଥ ସଂଖ୍ୟା ୨୭୦୮ ପହଞ୍ଚିଲା ।

0 1,090

ଭୁବନେଶ୍ଵର ,(ପିପିଟି)୧୫/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୬୯୦ ମଧ୍ୟରୁ ୫୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା  ସଂଖ୍ୟା ୩୬୨ ମଧ୍ୟରୁ ୨୩୬ ଜଣ ସୁସ୍ଥ  ହୋଇଛନ୍ତି । ନୂତନ ଆକ୍ରାନ୍ତ ୧୪୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୦୨୫୧୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୪୦୫୫ ଚିହ୍ନଟ ହୋଇଛନ୍ତି । ୨୭୦୮ ଜଣ ସୁସ୍ଥ ହୋଇଥିବା ବେଳେ ୧୩୩୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୪୬ ଜଣଙ୍କ ମଧ୍ୟରୁ ୧୨୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.