ଭୁବନେଶ୍ଵର,ତା-୨୪/୦୬(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୦୩୦ ମଧ୍ୟରୁ ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୬୮୮ ମଧ୍ୟରୁ ୪୩୬ ଜଣ ସୁସ୍ଥ ,୦୪ଜଣଙ୍କ ମୃତ୍ୟୁ ଓ ଅନ୍ଯ ମୃତ ସଂଖ୍ୟା ୦୨ ହୋଇଛି । ନୂତନ ଆକ୍ରାନ୍ତ ୨୮୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୭୫୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୩୫୬୨୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜେଟିଭ ୫୭୫୨ ଚିହ୍ନଟ ହୋଇଛନ୍ତି । ୩୯୮୮ ଜଣ ସୁସ୍ଥ ହୋଇଥିବା ବେଳେ ୧୭୪୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୮୨ ଜଣଙ୍କ ମଧ୍ୟରୁ ୨୫୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।