ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୬୮୫୯,ସୁସ୍ଥ ସଂଖ୍ୟା ୪୭୪୩ ପହଞ୍ଚିଲା ।

0 1,381

ଭୁବନେଶ୍ଵର,ତା-୨୯/୦୬(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୩୬୭ ମଧ୍ୟରୁ ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮୧୪ ମଧ୍ୟରୁ ୫୭୩ ଜଣ ସୁସ୍ଥ ,୦୫ଜଣଙ୍କ ମୃତ୍ୟୁ ହୋଇଛି । ନୂତନ ଆକ୍ରାନ୍ତ ୨୪୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬୦୪୨୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୬୮୫୯ ଚିହ୍ନଟ ହୋଇଛନ୍ତି । ୪୭୪୩ ଜଣ ସୁସ୍ଥ ହୋଇଥିବା ବେଳେ ୨୦୮୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୪୫ଜଣଙ୍କ ମଧ୍ୟରୁ ୨୧୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.