ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୭୦୬୫,ସୁସ୍ଥ ସଂଖ୍ୟା ୪୯୪୬ ପହଞ୍ଚିଲା ।

0 1,368

ଭୁବନେଶ୍ଵର,ତା-୩୦/୦୬(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୩୭୦ ମଧ୍ୟରୁ ୯୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮୨୧ମଧ୍ୟରୁ ୫୯୨ ଜଣ ସୁସ୍ଥ ,୦୫ଜଣଙ୍କ ମୃତ୍ୟୁ ହୋଇଛି । ନୂତନ ଆକ୍ରାନ୍ତ ୨୦୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬୫୪୩୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୭୦୬୫ ଚିହ୍ନଟ ହୋଇଛନ୍ତି । ୪୯୪୬ ଜଣ ସୁସ୍ଥ ହୋଇଥିବା ବେଳେ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୦୬ ଜଣଙ୍କ ମଧ୍ୟରୁ ୧୯୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.