ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୭୩୧୬,ସୁସ୍ଥ ସଂଖ୍ୟା ୫୧୮୯ ପହଞ୍ଚିଲା ।

0 1,077

ଭୁବନେଶ୍ଵର,ତା-୦୧/୦୬(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୪୭୨ ମଧ୍ୟରୁ ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କ ମୃତ୍ୟୁ ଓ ଅନ୍ୟ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮୪୭ମଧ୍ୟରୁ ୬୩୦ ଜଣ ସୁସ୍ଥ ,୦୫ଜଣଙ୍କ ମୃତ୍ୟୁ ହୋଇଛି । ନୂତନ ଆକ୍ରାନ୍ତ ୨୫୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭୦୬୭୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୭୩୧୭ ଚିହ୍ନଟ ହୋଇଛନ୍ତି । ୫୧୮୯ ଜଣ ସୁସ୍ଥ ହୋଇଥିବା ବେଳେ ୨୦୯୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୮ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୫୧ ଜଣଙ୍କ ମଧ୍ୟରୁ ୨୦୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.