ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୭୫୪୫,ସୁସ୍ଥ ସଂଖ୍ୟା ୫୩୫୩ ପହଞ୍ଚିଲା ।

0 1,151

ଭୁବନେଶ୍ଵର,ତା-୦୨/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫୬୭ ମଧ୍ୟରୁ ୧୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮୬୮ମଧ୍ୟରୁ ୬୪୨ ଜଣ ସୁସ୍ଥ ,୦୫ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୨୨୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭୪୬୭୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୭୫୪୫ ଚିହ୍ନଟ ହୋଇଛନ୍ତି । ୫୩୫୩ ଜଣ ସୁସ୍ଥ ହୋଇଥିବା ବେଳେ ୨୧୫୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୮ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୨୯ ଜଣଙ୍କ ମଧ୍ୟରୁ ୧୯୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.