ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୯୭୮ ଛୁଇଁଲା ।

0 1,285

ଭୁବନେଶ୍ଵର ,(ପିପିଟି)୧୯/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୩୦୭ରେ ରହିଛି ।ନୂତନ ଆକ୍ରାନ୍ତ ୧୦୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୦୦୩୦୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୯୭୮ ଚିହ୍ନଟ ହୋଇଛନ୍ତି । ୨୭୭ ଜଣ ସୁସ୍ଥ ହୋଇଥିବା ବେଳେ ୬୯୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ବର୍ତ୍ତମାନ ଓଡିଶାରେ ମୃତ୍ୟୁ ସଂଖ୍ୟା ୫ ପହଞ୍ଚିଥିବା ବେଳେ ଗଞ୍ଜାମରେ ୨ଜଣ, ଖୋର୍ଦ୍ଧା ଜିଲ୍ଲାରେ ୨ଜଣ ଓ କଟକ ୧ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.