ରାଜ୍ୟରେ ନୂତନ ସଂକ୍ରାମିତ ସଂଖ୍ୟା ୩୩୭୧ ।

0 1,145

ଭୁବନେଶ୍ଵର,ତା-୨୬/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୬,୯୩୬ ମଧ୍ୟରୁ ୧୪,୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୩,୩୩୮ ମଧ୍ୟରୁ ୭,୮୨୬ ଜଣ ସୁସ୍ଥ ,୫୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୩୭୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୪,୮୫,୧୬୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୮୭,୬୦୨ ଚିହ୍ନଟ ହୋଇଛନ୍ତି ୫୯,୪୭୦ ଜଣ ସୁସ୍ଥ ହୋଇଥିବା ବେଳେ ୨୭,୬୩୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୪୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୩୭୧ ଜଣଙ୍କ ମଧ୍ୟରୁ ୨,୦୫୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୧୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.