ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୫୩୯୨ , ସୁସ୍ଥ ସଂଖ୍ୟା ୧୦୪୭୬ ଓ ମୃତ ସଂଖ୍ୟା ୭୯ ।

0 1,248

ଭୁବନେଶ୍ଵର,ତା-୧୬/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୪୮୬୭ ମଧ୍ୟରୁ ୨୯୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୩ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୫୯୪ ମଧ୍ୟରୁ ୧୦୦୦ ଜଣ ସୁସ୍ଥ ,୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ନୂତନ ଆକ୍ରାନ୍ତ ୪୯୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୫୩୮୨୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୫୩୯୨ ଚିହ୍ନଟ ହୋଇଛନ୍ତି । ୧୦୪୭୬ ଜଣ ସୁସ୍ଥ ହୋଇଥିବା ବେଳେ ୪୮୧୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୪ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪୯୪ ଜଣଙ୍କ ମଧ୍ୟରୁ ୩୨୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୭୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.