ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୬୧୧୦ , ସୁସ୍ଥ ସଂଖ୍ୟା ୧୦୮୭୭ ଓ ମୃତ ସଂଖ୍ୟା ୮୩ ।

0 1,162

ଭୁବନେଶ୍ଵର,ତା-୧୭/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୫୦୯୮ ମଧ୍ୟରୁ ୩୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୩ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୭୪୪ ମଧ୍ୟରୁ ୧୦୧୨ ଜଣ ସୁସ୍ଥ ,୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ନୂତନ ଆକ୍ରାନ୍ତ ୭୧୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୬୯୭୩୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜେଟିଭ ୧୬୧୧୦ ଚିହ୍ନଟ ହୋଇଛନ୍ତି । ୧୦୮୭୭ ଜଣ ସୁସ୍ଥ ହୋଇଥିବା ବେଳେ ୫୧୨୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୬ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୭୧୮ ଜଣଙ୍କ ମଧ୍ୟରୁ ୪୭୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୩୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.