ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୬୭୦୧ , ସୁସ୍ଥ ସଂଖ୍ୟା ୧୧୩୩୦ ଓ ମୃତ ସଂଖ୍ୟା ୮୬ ।

0 1,225

ଭୁବନେଶ୍ଵର,ତା-୧୮/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୫୨୮୦ ମଧ୍ୟରୁ ୩୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୩ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୮୬୫ ମଧ୍ୟରୁ ୧୦୪୦ ଜଣ ସୁସ୍ଥ ,୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ନୂତନ ଆକ୍ରାନ୍ତ ୫୯୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୦୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୭୭୮୯୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୬୭୦୧ ଚିହ୍ନଟ ହୋଇଛନ୍ତି । ୧୧୩୩୦ ଜଣ ସୁସ୍ଥ ହୋଇଥିବା ବେଳେ ୫୨୫୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୬ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୯୧ ଜଣଙ୍କ ମଧ୍ୟରୁ ୩୯୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୯୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.