ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୭୪୩୭ , ସୁସ୍ଥ ସଂଖ୍ୟା ୧୧୯୩୭ ଓ ମୃତ ସଂଖ୍ୟା ୯୧ ।

0 1,624

ଭୁବନେଶ୍ଵର,ତା-୧୯/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୫୫୨୭ ମଧ୍ୟରୁ ୩୫୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୪ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୯୭୨ ମଧ୍ୟରୁ ୧୦୯୦ ଜଣ ସୁସ୍ଥ ,୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୭ ହୋଇଛି । ନୂତନ ଆକ୍ରାନ୍ତ ୭୩୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୮୬୧୦୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୭୪୩୭ ଚିହ୍ନଟ ହୋଇଛନ୍ତି । ୧୧୯୩୭ ଜଣ ସୁସ୍ଥ ହୋଇଥିବା ବେଳେ ୫୩୮୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୮ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୭୩୬ ଜଣଙ୍କ ମଧ୍ୟରୁ ୪୮୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୫୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.