ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୧୦୯୯ , ସୁସ୍ଥ ସଂଖ୍ୟା ୧୩୭୪୯ ଓ ମୃତ ସଂଖ୍ୟା ୧୧୪ ।

0 1,174

ଭୁବନେଶ୍ଵର,ତା-୨୩/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୬୯୦୨ ମଧ୍ୟରୁ ୪୦୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୫ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୨୩୫୬ ମଧ୍ୟରୁ ୧୩୩୧ ଜଣ ସୁସ୍ଥ ,୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୭ ହୋଇଛି । ନୂତନ ଆକ୍ରାନ୍ତ ୧୨୬୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୨୧,୯୩୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୧୦୯୯ ଚିହ୍ନଟ ହୋଇଛନ୍ତି ୧୩୭୪୯ ଜଣ ସୁସ୍ଥ ହୋଇଥିବା ବେଳେ ୭୨୦୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୧୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୧ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୨୬୪ ଜଣଙ୍କ ମଧ୍ୟରୁ ୮୪୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୧୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.