ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୬୮୯୨ , ସୁସ୍ଥ ସଂଖ୍ୟା ୧୬୭୯୨ ଓ ମୃତ ସଂଖ୍ୟା ୧୪୭ ।

0 1,159

ଭୁବନେଶ୍ଵର,ତା-୨୭/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୯,୧୬୯ ମଧ୍ୟରୁ ୫,୮୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୩,୨୬୦ ମଧ୍ୟରୁ ୧,୪୭୧ ଜଣ ସୁସ୍ଥ ,୧୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୫୦୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୬୭,୪୪୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨୬,୮୯୨ ଚିହ୍ନଟ ହୋଇଛନ୍ତି ୧୬,୭୯୨ ଜଣ ସୁସ୍ଥ ହୋଇଥିବା ବେଳେ ୯,୯୧୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୪୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୪ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୫୦୩ ଜଣଙ୍କ ମଧ୍ୟରୁ ୧୦୦୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୦୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.